(ଓଡ଼ିଶା ସ୍ପୋର୍ଟସ ): ଆସନ୍ତାକାଲି ଭାରତ-ଶ୍ରୀଲଙ୍କା ମଧ୍ୟରେ ତୃତୀୟ ତଥା ଅନ୍ତିମ ଟି-୨୦ ମ୍ୟାଚ ଖେଳାଯିବ । ପୁନେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ ଠାରେ ସନ୍ଧ୍ୟା ୭ଟାରେ ଖେଳାଯିବ ଏହି ହାଇଭୋଲଟେଜ୍ ମ୍ୟାଚ୍ । ୩ଟିକିଆ ମ୍ୟାଚ ବିଶିଷ୍ଟ ଏହି ସିରିଜରେ ଭାରତ ୧-୦ରେ ଆଗୁଆ ରହିଛି । ପ୍ରଥମ ମ୍ୟାଚ୍ ବର୍ଷା ପାଇଁ ବାତିଲ ହୋଇଯାଇଥିବା ବେଳେ ଦ୍ୱିତୀୟ ମ୍ୟାଚରେ ରୋମାଞ୍ଚକର ବିଜୟ ହାସଲ କରିଥିଲା ବିରାଟ ବାହିନୀ।
୧-୦ରେ ଆଗୁଆ ଥିବା ଟିମ ଇଣ୍ଡିଆ କାଲିର ମ୍ୟାଚ ଜିତି ସିରିଜ୍ କ୍ଲିନ୍ ସୁଇପ୍ କରିବା ଲକ୍ଷ୍ୟରେ ରହିବ । ସେହିପରି ସିରିଜ୍ ବରାବର କରିବା ଲକ୍ଷ୍ୟରେ ମୈଦାନକୁ ଓହ୍ଲାଇବ ଶ୍ରୀଲଙ୍କା ।
ସମ୍ଭାବ୍ୟ ଭାରତୀୟ ଦଳ – ବିରାଟ କୋହଲି (ଅଧିନାୟକ), ଶିଖର ଧାୱନ, ଲୋକେଶ ରାହୁଲ, ଶ୍ରେୟସ ଆୟର, ଋଷଭ ପନ୍ଥ (ୱିକେଟରକ୍ଷକ), ଶିଭମ ଦୁବେ, ରବିନ୍ଦ୍ର ଜାଡେଜା, କୁଲଦୀପ ଯାଦବ, ଜସପ୍ରିତ ବୁମରା, ସାର୍ଦ୍ଦୁଲ ଠାକୁର, ନବଦୀପ ସୈନି ।
previous post