Uncategorized

ନବୀନ ନିବସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ରାଉରକେଲା ଓ କଟକର ଶତାଧିକ ହକିପ୍ରେମୀ

ଭୁବନେଶ୍ବର : ସାରା ରାଜ୍ୟରେ ଏବେ ହକିର ମାହୋଲ । ପୁରପଲ୍ଲୀ, ସହର ବଜାର ସବୁଆଡେ ଏବେ ହକିକୁ ନେଇ ଚର୍ଚ୍ଚା। କଟକରୁ ସୁନ୍ଦରଗଡ, ସବୁଆଡେ ଉତ୍ସବ ଚାଲିଛି। ଏଥର ପ୍ରଥମ ଥର ପାଇଁ ହକିର ଏନ୍ତୁଡିଶାଳ ସୁନ୍ଦରଗଡରେ ହକି ବିଶ୍ବକପ୍ ଆୟୋଜନ କରାଯାଇଛି। ତା ସହିତ ରାଉରକେଲାରେ ବିଶ୍ବର ବୃହତ୍ତମ ହକି ଷ୍ଟାଡିଅମ ବିର୍ସାମୁଣ୍ଡା ହକି ଷ୍ଟାଡିଅମ ମଧ୍ୟ ନିର୍ମିତ ହୋଇଛି। ସେଠାରେ ଖେଳାଯିବ ବିଶ୍ବକପ୍ର ଉଦ୍ଘାଟନୀ ମ୍ୟାଚ। ତେଣୁ ପୁରା ସୁନ୍ଦରଗଡ ଜିଲ୍ଲାରେ ବିପୁଳ ଉତ୍ସାହ ଦେଖାଦେଇଛି। ରାଉରକେଲା ବିର୍ସାମୁଣ୍ଡା ହକି ଷ୍ଟାଡିଅମରେ ଚଳିତ ଥର ବିଶ୍ବକପ୍ର ଆୟୋଜନ କରାଯାଇଥିବାରୁ ସାରା ସୁନ୍ଦରଗଡ ଉତ୍ସବ ମୁଖର ହୋଇଉଠିଛି । ସମସ୍ତେ ବିଶେଷ କରି ଯୁବସମାଜ ମଧ୍ୟରେ ଦେଖାଦେଇଛି ଅପୂର୍ବ ଉତ୍ସାହ । ବିଶ୍ବକପ୍ ଆୟୋଜନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବା ପାଇଁ ଆଜି ଶହ ଶହ ଯୁବକ ସାଇକେଲ ଯୋଗେ ଭୁବନେଶ୍ବର ଆସି ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ।

ମୁଖ୍ୟମନ୍ତ୍ରୀ ସେମାନଙ୍କର ଏହି ଉଦ୍ୟମ ପାଇଁ ଧନ୍ୟବାଦ ଜଣାଇବା ସହ ରାଉରକେଲାରେ ବିଶ୍ବକପର ସଫଳତା ପାଇଁ ସମସ୍ତଙ୍କର ସହଯୋଗ କାମନା କରିଥିଲେ । ସେମାନଙ୍କ ସହିତ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ଶ୍ରୀ ପ୍ରତାପ ଜେନା ଓ ରଘୁନାଥପଲ୍ଲୀ ବିଧାୟକ ଶ୍ରୀ ସୁବ୍ରତ ତରାଇ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । ସେହିପରି ଆସନ୍ତାକାଲି କଟକରେ ଆୟୋଜିତ ହେଉଛି ହକି ବିଶ୍ବକପ୍ର ଉଦ୍ଘାଟନୀ ସମାରୋହ। ଐତିହ୍ୟ ସହର କଟକକୁ ବିଶ୍ବକପ୍ ହକି ଆୟୋଜନରେ ସିଧାସଳଖ ଯୋଡି ଥିବାରୁ ପୂର୍ବତନ ବିଧାୟକ ତଥା କଟକ ନଗର ଶାନ୍ତି କମିଟିର ଅଧ୍ୟକ୍ଷ ଶ୍ରୀ ପ୍ରଭାତ ତ୍ରିପାଠୀଙ୍କ ନେତୃତ୍ବରେ ଏକ ପ୍ରତିନିଧି ଦଳ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଜଣାଇଥିଲେ। ବିଶ୍ବକପ୍ ହକି ଉଦ୍ଘାଟନୀ ସମାରୋହ ସଫଳ ଭାବେ ଆୟୋଜନ ପାଇଁ ମୁଖ୍ୟମନ୍ତ୍ରୀ କଟକ ସହରବାସୀଙ୍କ ସହଯୋଗ କାମନା କରିଥିଲେ।

Related posts

ବିଶ୍ୱ ଆଥଲେଟିକ୍ସ ଚାମ୍ପିଅନସିପ ଫାଇନାଲରେ ନୀରଜ ଚୋପ୍ରା

Odisha Sports Bureau

୧୯ ବର୍ଷରୁ କମ ମହିଳା କ୍ରିକେଟ ବିଶ୍ୱକପ ଜିତିଲା ଭାରତ

Odisha Sports Bureau

ବାଳିକା ନୌଚାଳନାରେ ଭାରତର ନେହା ଠାକୁର ରୌପ୍ୟ ପଦକ ହାସଲ କରିଛନ୍ତି

Odisha Sports Bureau