Javelin Throw

ରୌପ୍ୟ ପଦକ ଜିତିଥିବା କିଶୋର କୁମାର ଜେନାଙ୍କୁ ଦେଢ଼ କୋଟି ଟଙ୍କାର ଚେକ୍ ସହ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ନିକଟରେ ଚାଇନାର ହାଙ୍ଗଜୋଠାରେ ଶେଷ ହୋଇଥିବା ଏସୀୟ କ୍ରୀଡ଼ା ୨୦୨୩ରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ରୌପ୍ୟ ପଦକ ହାସଲ ସହ ଆଗାମୀ ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ରେ ନିଜର ସ୍ଥାନ ସୁନିଶ୍ଚିତ କରିଥିବା ଓଡ଼ିଶାର ଜାଭେଲିନ୍ ତାରକା କିଶୋର କୁମାର ଜେନାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦେଢ଼ କୋଟି ଟଙ୍କାର ପୁରସ୍କାର ରାଶି ପ୍ରଦାନ କରିବା ସହ  ସମ୍ବର୍ଦ୍ଧିତ କରିଛନ୍ତି।  କିଶୋର ସେଠାରେ ବ୍ୟକ୍ତିଗତ ଶ୍ରେଷ୍ଠ ୮୭.୫୪ ମିଟର ହାସଲ କରି ରୌପ୍ୟ ପଦକ ହାସଲ କରିଥିଲେ।

କିଶୋର କୁମାର ଜେନା ଓଡ଼ିଶା ପାଇଁ ଗୌରବର ଉତ୍ସ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୋହରାଇବା ସହ ଏହି ଐତିହାସିକ ସଫଳତା ପାଇଁ ତାଙ୍କୁ ପ୍ରଶଂସା କରିଛନ୍ତି। ଆଗାମୀ ଦିନରେ କିଶୋର ରାଜ୍ୟ ପାଇଁ ଅଧିକ ଗୌରବ ଆଣିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିବା ସହ ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ସମ୍ବର୍ଦ୍ଧନା ଉତ୍ସବରେ ସଚିବ (୫ଟି) ଭି କେ ପାଣ୍ଡିଆନ୍ ଉପସ୍ଥିତ ରହି କିଶୋରଙ୍କ ଐତିହାସିକ ଯାତ୍ରା ପାଇଁ ଅଭିନନ୍ଦନ ଜଣାଇବା ସହ ଆଗାମୀ ପ୍ରତିଯୋଗିତା ପାଇଁ ଶୁଭେଚ୍ଛା ଜଣାଇଥିଲେ। ତାଙ୍କ ପ୍ରୟାସ ଓ ସଫଳତାକୁ ସ୍ୱୀକୃତି ଦେଇଥିବାରୁ କିଶୋର ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ I ଏଥି ସହ କ୍ରୀଡ଼ାବିତ ମାନେ ଯେପରି ନିଜ କ୍ରୀଡ଼ା ପ୍ରତି ଧ୍ୟାନ କେନ୍ଦ୍ରୀତ କରିପାରିବେ ସେଥିନେଇ ରାଜ୍ୟ ସରକାର ସମସ୍ତ ପ୍ରକାର ସାହାଯ୍ୟ ଓ ପ୍ରୋତ୍ସାହନ ଯୋଗାଇଦେଉଥିବାରୁ ସେ ଓଡ଼ିଶା ସରକାରଙ୍କ ନିକଟରେ କୃତଜ୍ଞତା ଜ୍ଞାପନ କରିଛନ୍ତି ।

ବିଶ୍ୱ ଆଥଲେଟିକ୍ସ ଦୁନିଆରେ ପୁରୀର ଏହି ଜାଭେଲିନ୍ ତାରକା ଏକ ଜ୍ୱଳନ୍ତ ଉଦାହରଣ ପାଲଟିଛନ୍ତି। ଏହି ବର୍ଷଟି ତାଙ୍କ ପାଇଁ ଅନେକ ସଫଳତା ଆଣିଦେଇଛି I ଏସୀୟ କ୍ରୀଡ଼ା ପ୍ରସ୍ତୁତି ସମୟରେ ବୁଡାପେଷ୍ଟରେ ଅନୁଷ୍ଠିତ ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପରେ ପଞ୍ଚମ ସ୍ଥାନ ଅଧିକାର କରି ସେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବାରୁ ତାଙ୍କର ଏହି ସ୍ୱୀକୃତି ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ୫୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରିଥିଲେ I କିଶୋର କ୍ରମାଗତ ଭାବରେ ସାରା ଋତୁରେ ନିଜର ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଦର୍ଶନକୁ ଅତିକ୍ରମ କରିଛନ୍ତି ଏବଂ ଆଗାମୀ ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ଏହି ଧାରାକୁ ବଜାୟ ରଖିବା ନିମନ୍ତେ ଆଶା ରଖିଛନ୍ତି I

Related posts

କଳିଙ୍ଗଷ୍ଟାଡିୟମ ଆସିବାକୁ ଦର୍ଶକଙ୍କୁ ନିବେଦନ କଲେ ନୀରଜ ଚୋପ୍ରା

Odisha Sports Bureau

ଇତିହାସ ରଚିଲେ ନୀରଜ ଚୋପ୍ରା: ୮୮.୧୭ ମିଟର ଥ୍ରୋ କରି ଜିତିଲେ ସ୍ୱର୍ଣ୍ଣ

Odisha Sports Bureau

ଇତିହାସ ରଚିଛନ୍ତି ନୀରଜ ଚୋପ୍ରା