Mrathon

ଅଶୋକ ଦଣ୍ଡସେନାଙ୍କୁ ସ୍ୱର୍ଣ୍ଣ ଏବଂ ସୁସ୍ମିତା ଟିଗାଙ୍କୁ ରୌପ୍ୟ ପଦକ

ଭୁବନେଶ୍ୱର-: ଯୁକ୍ତରାଷ୍ଟ୍ର ଆମେରିକାର ବର୍ମିଂହାମରେ ଅନୁଷ୍ଠିତ ହୋଇଥିବା ପ୍ରତିଷ୍ଠିତ ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡା ୨୦୨୫ରେ ଓଡ଼ିଶା ପୋଲିସର କନଷ୍ଟେବଳ ଅଶୋକ ଦଣ୍ଡସେନା ଓ ସୁସ୍ମିତା ଟିଗା ରାଜ୍ୟ ପୋଲିସ ପାଇଁ  ଆଣିଛନ୍ତି ଗୌରବ। ଅଶୋକ ୮୦୦ ମିଟର (ପୁରୁଷ ବର୍ଗ) ଦୌଡ଼ରେ ସ୍ୱର୍ଣ୍ଣ ପଦକ ଏବଂ କନଷ୍ଟେବଳ ସୁସ୍ମିତା ଟିଗା ୮୦୦ ମିଟର (ମହିଳା ବର୍ଗ) ଦୌଡ଼ରେ ରୌପ୍ୟ ପଦକ ହାସଲ କରି ଏକ ନୂତନ ମାଇଲ ଖୁଣ୍ଟ ସ୍ଥାପନ କରିଛନ୍ତି। ଉଭୟଙ୍କ ଏହି ବିରଳ ସଫଳତାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇବା ସହ କ୍ରୀଡ଼ାବିତଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି। ଅଶୋକ ଓ ସୁସ୍ମିତା ବିଶ୍ୱସ୍ତରୀୟ ପ୍ରତିଯୋଗିତାରେ ଚମତ୍କାର କ୍ରୀଡା କୌଶଳ ପ୍ରଦର୍ଶନ କରି ଓଡ଼ିଶା ପୋଲିସର ସୁନାମ ବଢ଼ାଇଛନ୍ତି।

Related posts

ନିଜ ରେକର୍ଡ ଭାଙ୍ଗି ଦୀପ୍ତିଙ୍କ ବିଶ୍ୱରେକର୍ଡ

Odisha Sports Bureau

ଭାରତକୁ ଗୋଲ୍ଡ ଆଣିଲେ ପ୍ରିୟାଂସୁ

Odisha Sports Bureau

ସ୍ୱର୍ଣ୍ଣ ଜିତିଥିବା ଅଲମ୍ପିକ୍ସ ଧାବିକାଙ୍କ ପରଲୋକ