Cricket

ରେକର୍ଡ କରିଛନ୍ତି ବ୍ୟାଟର ଋତୁରାଜ

ମୁମ୍ବାଇ : ରେକର୍ଡ କରିଛନ୍ତି ବ୍ୟାଟର ଋତୁରାଜ ଗାଏକ୍ବାଡ୍ । ଗୋଟିଏ ଓଭରରେ ୭ ଛକା ସହ ମୋଟ ୪୩ ରନ କରି ଘରୋଇ କ୍ରିକେଟରେ ଏକ ନୂଆ ଇତିହାସ ରଚିଛନ୍ତି । ୭ ଛକା ସହ ୪୩ ରନ ଗୋଟିଏ ଓଭରରେ କରିବା ସହ ସେ ଏହି ଦିନିକିଆ ମ୍ୟାଚରେ ସେ ନିଜର ଦ୍ବିଶତକ ପୂରଣ କରିଥିଲେ । ଏହି ମ୍ୟାଚରେ ୪୯ ଓଭରରେ ବୋଲିଂ କରୁଥିବା ଉତ୍ତରପ୍ରଦେଶର ଶିବା ସିଂଙ୍କ ବଲରେ ନିର୍ଦ୍ଧୁମ ପ୍ରହାର କରିଥିଲେ । ଯାହା ଫଳରେ ମହାରାଷ୍ଟ୍ର ୫୦ ଓଭରରେ ୩୩୦ ରନ କରିପାରିଥିଲା । ୪୯ ତମ ଓଭରରେ ଗାଏକ୍ବାଡ୍ ଲଗାତାର ଛକା ମାରୁଥିବାବେଳେ ୫ମ ବଲଟି ନୋ ବଲ ହୋଇଥିଲା । ସେଥିରେ ବି ସେ ଏକ ଛକା ମାରିଥିଲେ । ଗୋଟିଏ ପ୍ରଥମ ଶ୍ରେଣୀ କ୍ରିକେଟ ମ୍ୟାଚରେ ଗୋଟିଏ ଓଭରରେ ଏତେ ରନ କରିବାରେ ସେ ବିଶ୍ବ ରେକର୍ଡର ସମକକ୍ଷ ହୋଇଛନ୍ତି ।

Related posts

ଆଇପିଏଲରେ ନିଲାମ ହେଲେ ମିଚେଲଙ୍କଠୁ ଅଧିକ ଦାମରେ ବିକ୍ରି ହେବେ ବିରାଟ କୋହଲି

Odisha Sports Bureau

ମହିଳା କ୍ରିକେଟର ରାଜଶ୍ରୀ ସ୍ୱାଇଁ ନିଖୋଜ ହୋଇଯାଇଛନ୍ତି

Odisha Sports Bureau

୩୦ ବର୍ଷରେ ପାଦଥାପିଲେ ବିରାଟ

Odisha Sports Bureau