Cricket

ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା କରିଛି ବିସିସିଆଇ

ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ ଦଳ ଘୋଷଣା କରିଛି ବିସିସିଆଇ । ଭାରତ ଆଗାମୀ ସପ୍ତାହରୁ ନ୍ୟୁଜିଲାଣ୍ଡ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଏହି ଟେଷ୍ଟ ସିରିଜରେ ରୋହିତ ଶର୍ମା ଅଧିନାୟକ ଦାୟିତ୍ୱ ସମ୍ଭାଳିବେ । ଦଳର ଦ୍ରୁତ ବୋଲର ଯଶପ୍ରୀତ ବୁମରାଙ୍କୁ ଉପଅଧିନାୟକ ଭାବେ ନିଯୁକ୍ତି ଦିଆଯାଇଛି । ବାଂଲାଦେଶ ବିପକ୍ଷରେ ଟେଷ୍ଟ ସିରିଜରେ ସ୍ଥାନ ପାଇଥିବା ୧୬ ଜଣଙ୍କ ମଧ୍ୟରୁ ଜଣ ଖେଳାଳି ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ସିରିଜରେ ସ୍ଥାନ ପାଇଛନ୍ତି ।

ଭାରତୀୟ ଦଳ: ରୋହିତ ଶର୍ମା (ଅଧିନାୟକ), ଯଶପ୍ରୀତ ବୁମରା (ଉପଅଧନାୟକ), ଯଶସ୍ୱୀ ଜୟସ୍ୱାଲ, ଶୁବମନ ଗିଲ, ବିରାଟ କୋହଲି, କେ.ଏଲ ରାହୁଲ, ଋଷଭ ପନ୍ତ (ୱିକେଟ କିପର), ଧ୍ରୁବ ଜୁରେଲ (ୱିକେଟ କିପର), ରବିଚନ୍ଦ୍ରନ ଅଶ୍ୱିନ, ସର୍ଫରାଜ ଖାନ, ରବିନ୍ଦ୍ର ଜାଡ଼େଜା, ଅକ୍ଷର ପଟେଲ, କୁଲଦୀପ ଯାଦବ, ମହମ୍ମଦ ସିରାଜ, ଆକାଶ ଦୀପ । ଟ୍ରାଭେଲିଂ ରିଜର୍ଭ ଖେଳାଳି : ହର୍ଷିତ ରାଣା, ନୀତିଶ କୁମାର ରେଡ୍ଡୀ, ମୟଙ୍କ ଯାଦବ ଓ ପ୍ରସିଦ୍ଧ କ୍ରିଷ୍ଣା

Related posts

ଷ୍ଟାର୍କଙ୍କ ଘାତକ ବୋଲିଂ, ଅଷ୍ଟ୍ରେଲିଆ ୩୬୬ ରନରେ ବିଜୟୀ

Odisha Sports Bureau

ହାଇଦ୍ରାବାଦରେ ଲାରା ଓ ଷ୍ଟେନ

Odisha Sports Bureau

ଜିମ୍ବାୱେ ଗସ୍ତ କରିଥିବା ବେଳେ ଦଳରେ ଆଉ ତିନି ଜଣ ଖେଳାଳିଙ୍କୁ ସାମିଲ

Odisha Sports Bureau