Cricket

ବାରବାଟୀରେ ଭାରତ ଓ ଦକ୍ଷିଣ ଆଫ୍ରିକା ମ୍ୟାଚ ପ୍ରସ୍ତୁତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ଭୁବନେଶ୍ୱର:- କଟକ ବାରବାଟୀ ଷ୍ଟାଡିୟମ୍‌ରେ ପୂର୍ବରୁ ଅନେକ ଅନ୍ତର୍ଜାତୀୟ ମ୍ୟାଚ୍ ସୁବ୍ୟବସ୍ଥିତ ଭାବେ ଭାବେ ଆୟୋଜନ କରାଯାଇଛି । ଆସନ୍ତା ଡିସେମ୍ବର ୯ ତାରିଖରେ କଟକ ବାରବାଟୀରେ ଆୟୋଜିତ ହେବାକୁ ଯାଉଛି ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଅନ୍ତର୍ଜାତୀୟ ଟି-୨୦ ମ୍ୟାଚ । ତେବେ ଏହା ପୂର୍ବରୁ ବାରବାଟୀରେ ମ୍ୟାଚ ଆୟୋଜନ ପାଇଁ ବୁଧବାର ଏକ ପ୍ରସ୍ତୁତି ବୈଠକ ଲୋକସେବା ଭବନରେ ଅନୁଷ୍ଠିତ ହୋଇଛି । ପ୍ରସ୍ତୁତି ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡିଶା କ୍ରିକେଟ୍ ଆସୋସିଏସନ୍‌ ଓ ରାଜ୍ୟ ପ୍ରଶାସନର ବରିଷ୍ଠ ଅଧିକାରୀ ମାନଙ୍କୁ ମ୍ୟାଚ ସୁବ୍ୟବସ୍ଥିତ ଓ ସୁନିୟନ୍ତ୍ରିତ ଏବଂ ତ୍ରୁଟିଶୂନ୍ୟ ଭାବେ ଆୟୋଜିତ ପାଇଁ ପରାମର୍ଶ ଦେଇଛନ୍ତି ।

CM Mohan Majhi reviews preparation for India South Africa t20 series in Barabati

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, କ୍ରିକେଟ ଆମ ଦେଶର ଏକ ଅତ୍ୟନ୍ତ ଲୋକପ୍ରିୟ ଖେଳ । ତେଣୁ ଏହି ମ୍ୟାଚ ପ୍ରତି ସମଗ୍ର ଦେଶ ଓ ବିଶ୍ବର ନଜର ରହିବ । ତେଣୁ ମ୍ୟାଚ ତ୍ରୁଟିଶୂନ୍ୟ ଭାବେ ପରିଚାଳିତ ହେବା ଦରକାର । ଓଡିଶାର ମର୍ଯ୍ୟାଦା ସୁରକ୍ଷିତ ପାଇଁ ସମସ୍ତେ ସଚେତନ ରହିବା ଆବଶ୍ୟକ । ଦିଲ୍ଲୀରେ ହୋଇଥିବା ବିସ୍ଫୋରଣ ପରିପ୍ରେକ୍ଷୀରେ ଏହି ଅନ୍ତର୍ଜାତୀୟ କ୍ରୀଡା ସମୟରେ ପୋଲିସ ପ୍ରଶାସନ ପକ୍ଷରୁ ଲୋକଙ୍କ ସୁରକ୍ଷା ପ୍ରତି ଏକ ଫୁଲ-ପ୍ରୁଫ ବ୍ୟବସ୍ଥା କରାଯିବା ଆବଶ୍ୟକ । ଏଥିପାଇଁ ପୋଲିସ ଅଧିକ ସତର୍କ ରହିବା ଆବଶ୍ୟକ । ଅସୁସ୍ଥ ବ୍ୟକ୍ତି କିମ୍ବା ଅନ୍ୟାନ୍ୟ ଅସୁବିଧା ସ୍ଥଳରେ ଲୋକମାନଙ୍କୁ ନେବା ଆଣିବା ପାଇଁ ଏକ ସୁବ୍ୟବସ୍ଥିତ ଗ୍ରୀନ କରିଡର ବ୍ୟବସ୍ଥା କରାଯିବ । ଭିଡ ନିୟନ୍ତ୍ରଣ, ଟିକେଟ ବିକ୍ରି, ଜରୁରୀ ଚିକିତ୍ସା ବ୍ୟବସ୍ଥା ଆଦି ସମସ୍ତ କାର୍ଯ୍ୟ ଗୁଡିକୁ ଉପଯୁକ୍ତ ଭାବେ ତଦାରଖ କରି ନିର୍ଭୁଲ ଭାବେ ପରିଚାଳନା କରାଯିବ ।

CM Mohan Majhi reviews preparation for India South Africa t20 series in Barabati

Related posts

ବିସିସିଆଇ ବାର୍ଷିକ କେନ୍ଦ୍ରୀୟ ଚୁକ୍ତିପ୍ରାପ୍ତ ଖେଳାଳି ତାଲିକାରୁ ବାଦ୍ ପଡ଼ିଲେ ଧୋନୀ

Odisha Sports Bureau

ଆଉ ଗୋଟିଏ ଛକା ମାରି ସିକ୍ସର କିଙ୍ଗ ହେବେ ରୋହିତ ଶର୍ମା

Odisha Sports Bureau

ଟି-୨୦ ବିଶ୍ୱକପ କ୍ରିକେଟ ଲାଗି ଟିମ ଘୋଷଣା କଲା ବାଂଲାଦେଶ

Odisha Sports Bureau