ଭୁବନେଶ୍ୱର,୬/୬: ବାରବାଟୀରେ ଟି- ଟ୍ୱେଣ୍ଟି ମ୍ୟାଚ ଦେଖିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମ ଟିକେଟ କିଣିଛନ୍ତି। ଓଡିଶା କ୍ରିକେଟ ଆସୋସିଏସନର ସଭାପତି ପଙ୍କଜ ଲୋଚନ ମହାନ୍ତି ଓ ସଂପାଦକ ସଞ୍ଜୟ ବେହେରା ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଏହି ଟିକେଟ ପ୍ରଦାନ କରିଛନ୍ତି । ସେଠାରେ ୫-ଟି ସଚିବ ଭି.କେ ପାଣ୍ଡିଆନ ଉପସ୍ଥିତ ଥିଲେ ।
ଅନ୍ୟପଟେ ଏଚଡିଏଫସି ବ୍ୟାଙ୍କର ଜୋନାଲ ହେଡ୍ ଦୀପକ ସିଂହ ଓ ଭାଇସ ପ୍ରେସିଡେଣ୍ଟ ଅନିମେଷ ବିଶ୍ବାଳ ଓଡିଶା କ୍ରିକେଟ ଆସୋସିଏସନ ସଂପାଦକ ସଞ୍ଜୟ ବେହେରା ବାରବାଟୀ ମ୍ୟାଚ୍ ପାଇଁ ଟିକେଟ ବିକ୍ରି ସୁବ୍ୟବସ୍ଥିତ କରିବା ପାଇଁ ନିଆଯାଇଥିବା ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ । ସୂଚନାଯୋଗ୍ୟ ଯେ ବାରବାଟୀରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚଳିତ ମାସ ୧୨ ତାରିଖରେ ଟି- ଟ୍ୱେଣ୍ଟି ଆନ୍ତର୍ଜାତିକ ମ୍ୟାଚ୍ ଖେଳାଯିବ।