chess

ଚେସର ବିକାଶ ପାଇଁ ସହଯୋଗ ଓ ଓଡ଼ିଶାରେ ୧୦୦ ଚେସ୍ ପ୍ରଶିକ୍ଷଣ କେନ୍ଦ୍ରର ଶୁଭାରମ୍ଭ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶ୍ରୁତି

ଭୁବନେଶ୍ୱର : ଓଡ଼ିଶା ଗସ୍ତରେ ଆସିଥିବା ଅନ୍ତର୍ଜାତୀୟ ଚେସ୍ ମହାସଂଘ ପରିଚାଳନା ବୋର୍ଡର ଉପାଧ୍ୟକ୍ଷ ତଥା ଲାଟଭିଆ ଗଣତନ୍ତ୍ରର ପୂର୍ବତନ ଅର୍ଥ ଓ ଅର୍ଥନୀତି ମନ୍ତ୍ରୀ ଡାନା ରିଜନିସ୍ ଓଜୋଲା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଚେସକୁ ପ୍ରୋତ୍ସାହିତ କରିବା ଦିଗରେ ରାଜ୍ୟ ସରକାରଙ୍କ ପଦକ୍ଷେପକୁ ପ୍ରଶଂସା କରିଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଶ୍ରୀମତୀ ରିଜନିସ୍-ଓଜୋଲା ଚେସକୁ  ଏକ ବୌଦ୍ଧିକ କ୍ରୀଡ଼ା ଭାବରେ ଲୋକପ୍ରିୟ କରିବା ଏବଂ ଯୁବଗୋଷ୍ଠୀଙ୍କୁ ବୌଦ୍ଧିକ ଓ ଭାବନାତ୍ମକ ଭାବେ ସଶକ୍ତ କରିବାର ଅନେକ ସମ୍ଭାବନା ଉପରେ ଗୁରୁତ୍ୱାରୋପ କରିଥିଲେ।

ଯୁବ ଚେସ୍ ପ୍ରତିଭାମାନଙ୍କୁ ଚିହ୍ନଟ କରି ପ୍ରୋତ୍ସାହିତ କରିବା ଏବଂ ସେମାନଙ୍କୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଉତ୍କୃଷ୍ଟ ହେବା ପାଇଁ ଉପଯୁକ୍ତ ଭିତ୍ତିଭୂମି ଏବଂ ପ୍ରଶିକ୍ଷଣ ପ୍ରଦାନ କରିବା ଉପରେ ବୈଠକରେ ଆଲୋକପାତ କରାଯାଇଥିଲା।

ଏହି ଅବସରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି, ଯୁବପିଢ଼ିଙ୍କୁ ସର୍ବୋତ୍ତମ ସୁଯୋଗ ଯୋଗାଇ ଦେବା ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ ଏବଂ ଚେସ୍ ସେମାନଙ୍କ ଅଭିବୃଦ୍ଧିର ଏକ ପ୍ରମୁଖ ମାଧ୍ୟମ। ରାଜ୍ୟସ୍ତରୀୟ ଚେସ୍ ଏକାଡେମୀ- ପ୍ରୋ ଚେସ୍-ଟା, ଚେସ୍ ଇନ୍ ସ୍କୁଲ୍ ପ୍ରକଳ୍ପ ପ୍ରତିଷ୍ଠା କରାଯାଇଥିବା ବେଳେ ଓଡ଼ିଶାରେ ୧୦୦ରୁ ଅଧିକ ଚେସ୍ ପ୍ରଶିକ୍ଷଣ କେନ୍ଦ୍ର ପ୍ରତିଷ୍ଠା କରିବାକୁ ଯୋଜନା ହୋଇଛି। ଆମର ଲକ୍ଷ୍ୟ ହାସଲ ପାଇଁ ଆମେ ଫିଡେ ସହ ମିଶି କାମ କରିବାକୁ ଆଗ୍ରହୀ।

ବିଶ୍ୱ ଚେସ୍ ସମୁଦାୟ ପ୍ରତି ଅତୁଟ ସମର୍ଥନ ପାଇଁ ପରିଚିତ  ଶ୍ରୀମତୀ ରିଜନିସ୍-ଓଜୋଲା ମୁଖ୍ୟମନ୍ତ୍ରୀ ଏବଂ ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ାର ବିକାଶ ଦିଗରେ ଓଡ଼ିଶାର ନିରନ୍ତର ପ୍ରୟାସକୁ ପ୍ରଶଂସା କରିଥିଲେ।

Related posts

ଜାତୀୟ ଚେସ୍ ବକ୍ସିଙ୍ଗ ସିନିୟର ଟୁର୍ଣ୍ଣାମେଣ୍ଟରେ ସ୍ୱର୍ଣ୍ଣ ପଦକ ଜିତି ଗୌରବ ଆଣିଲେ ବିଷମକଟକ ଝିଅ ବି.ଭିନୀଲା

Odisha Sports Bureau

ଗ୍ରାଣ୍ଡମାଷ୍ଟର ଚେସ ତାଲିମ ଶିବିର ଉଦଯାପିତ

Odisha Sports Bureau

ମହିଳା ଚେସ୍ ପ୍ରତିଯୋଗିତା ଜିତିଲେ ପଦ୍ମିନୀ