Athletics

ବିଜେତାମାନଙ୍କୁ ଶୁଭେଚ୍ଛା ଜଣାଇଲେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ

ଭୁବନେଶ୍ୱର:- ଆମେରିକାର ବର୍ମିଂହାମରେ ଅନୁଷ୍ଠିତ ହୋଇଥିବା ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡ଼ା ୨୦୨୫ରେ ଓଡ଼ିଶା ପୋଲିସର ପଦକ ବିଜେତା କ୍ରୀଡ଼ାବିତମାନେ ଉଲ୍ଲେଖନୀୟ ସଫଳତା ହାସଲ କରି ଓଡିଶା ପ୍ରତ୍ୟାବର୍ତନ କରିଛନ୍ତି । ଏହି ଅବସରରେ ରାଜ୍ୟ ପୋଲିସର ସଫଳ କ୍ରୀଡ଼ାବିତମାନେ ଡିଜିପିଙ୍କ କ୍ୟାମ୍ପ କାର୍ଯ୍ୟାଳୟଠାରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ଅବସରରେ ଡିଜିପି ଶ୍ରୀ ଖୁରାନିଆ ପଦକ ବିଜେତାମାନଙ୍କୁ ଶୁଭେଚ୍ଛା ଜଣାଇବା ସହ  ଖେଳାଳିଙ୍କ ଅସାଧାରଣ ପ୍ରତିଭା ଏବଂ କ୍ରୀଡ଼ା ଉତ୍କର୍ଷତା ନିମନ୍ତେ ଭୂୟସୀ ପ୍ରଶଂସା କରିଛନ୍ତି ।

ଏହି ପଦକ  ଓଡ଼ିଶାର ଯୁବ ପ୍ରତିଭାମାନଙ୍କୁ କ୍ରୀଡ଼ା ପ୍ରତି ଆକୃଷ୍ଟ କରିବା ସହ ଭବିଷ୍ୟତରେ ନୂଆ ମାଇଲଖୁଣ୍ଟ ହାସଲ କରିବା ପାଇଁ ପ୍ରେରଣା ଯୋଗାଇବ ବୋଲି ଡିଜିପି ଆଶାବ୍ୟକ୍ତ କରିଛନ୍ତି । କ୍ରୀଡ଼ାବିତଙ୍କ ଏହି ଅସାଧାରଣ ସଫଳତା ଦେଶ, ଓଡ଼ିଶା ରାଜ୍ୟ ତଥା ଓଡ଼ିଶା ପୋଲିସ ବାହିନୀ ପାଇଁ ଗୌରବ ଆଣିଛି ବୋଲି ଡିଜିପି ଶ୍ରୀ ଖୁରାନିଆ ମତବ୍ୟକ୍ତ କରିଛନ୍ତି ।

ଉଲ୍ଲେଖ ଯୋଗ୍ୟ ଯେ, ଆମେରିକାର ବର୍ମିଂହାମରେ ଜୁନ୍ ୨୭ ରୁ ଜୁଲାଇ ୬, ୨୦୨୫ ପର୍ଯ୍ୟନ୍ତ ଆୟୋଜିତ ହୋଇଥିବା ଏହି ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡ଼ା ୨୦୨୫ରେ ୭ ଜଣ ଓଡ଼ିଶା ପୋଲିସ କର୍ମଚାରୀ (୫ ପୁରୁଷ ଏବଂ ୨ ମହିଳା)ଙ୍କ ଏକ ଦଳ ଭାରତୀୟ ପୋଲିସ ଦଳର ପ୍ରତିନିଧିତ୍ୱ କରି ୨୦ ପଦକ ବିଜୟୀ ହୋଇ ଭାରତୀୟ କ୍ରୀଡା ଇତିହାସରେ ଏକ ଗୌରବମୟ ଅଧ୍ୟାୟ ଲେଖିଛନ୍ତି । ଓଡ଼ିଶା ପୋଲିସର ଖେଳାଳିମାନେ ବିଭିନ୍ନ ଆଥଲେଟିକ୍ସ ଏବଂ କରାଟେ ଇଭେଣ୍ଟରେ ବ୍ୟକ୍ତିଗତ ଭାବରେ ୧୩ ସ୍ୱର୍ଣ୍ଣ, ୩ ରୌପ୍ୟ ଏବଂ ୪ କାଂସ୍ୟ ସହ ମୋଟ ୨୦ ପଦକ ହାସଲ କରିଛନ୍ତି ।

Related posts

କଳିଙ୍ଗ ଷ୍ଟାଡ଼ିୟମ୍‌ ଠାରେ ଆୟୋଜିତ ହେବ ବିଶ୍ଵ ଆଥଲେଟ କଣ୍ଟିନେଣ୍ଟାଲ ଟୁର୍

ବିବାହ ବନ୍ଧନରେ ବାନ୍ଧି ହେଲେ ଓଡ଼ିଶାର ଷ୍ଟାର୍‌ ଆଥଲେଟ୍‌ ଅମିୟ  କୁମାର ମଲ୍ଲିକ

Odisha Sports Bureau

ବାଂଲାଦେଶ କ୍ରିକେଟ୍ ବୋର୍ଡ ପକ୍ଷରୁ କରାଯାଇଥିବା ଅନୁରୋଧକୁ ଶୁଣିଲାନି ଆଇସିସି ।

Odisha Sports Bureau