Hockey

Paris 2024 Olympics: ପୁରୁଷ ହକିରେ ଭାରତକୁ ବ୍ରୋଞ୍ଜ

ପ୍ୟାରିସ୍ ଅଲିମ୍ପିକ୍ସରେ ଭାରତକୁ ଆଉ ଏକ ପଦକ ମିଳିଛି । ପୁରୁଷ ହକିରେ ଭାରତ ସ୍ପେନକୁ ୨-୧ରେ ହରାଇ ବ୍ରୋଞ୍ଜ ପଦକ ହାସଲ କରିଛି ।  ଦୀର୍ଘ ୫୨ ବର୍ଷ ପରେ ଭାରତ କ୍ରମାଗତ ଦ୍ୱିତୀୟ ଥର ପାଇଁ ଅଲିମ୍ପିକ୍ସରେ ପଦକ ଜିତିବାକୁ ସକ୍ଷମ ହୋଇଛି। ୧୯୬୮ ଓ ୧୯୭୨ ପରେ ଭାରତ ବ୍ରୋଞ୍ଜ ଜିତିଥିଲା। ଏବେ ଟୋକିଓ(୨୦୨୦) ଓ ପ୍ୟାରିସ ଅଲିମ୍ପିକ୍ସରେ ଭାରତୀୟ ଟିମ ବ୍ରୋଞ୍ଜ ପଦକ ଜିତି ଇତିହାସକୁ ଦୋହରାଇଛି।

ଆଜି ବ୍ରୋଞ୍ଜ ପଦକ ମ୍ୟାଚ୍‌ରେ ଭାରତୀୟ ହକି ଟିମ ସ୍ପେନକୁ ରୋମାଞ୍ଚକର ଢଙ୍ଗରେ ୨-୧ରେ ହରାଇ ନିଜର ଦମ ଦେଖାଇଛି। ଭାରତ ପକ୍ଷରୁ ଦୁଇଟି ଯାକ ଗୋଲ ଅଧିନାୟକ ହରମନପ୍ରୀତ ସିଂହ ଦେଇଛନ୍ତି। ସ୍ପେନ ଆଜିର ମ୍ୟାଚ୍‌ରେ ଆଗୁଆ ରହିଥିଲେ ହେଁ ଶେଷରେ ବିନା ପଦକରେ ପ୍ୟାରିସରୁ ବିଦାୟ ନେଇଛି।

Related posts

ଆଜି ସ୍ପେନ- ଫ୍ରାନ୍ସ ଓ ନ୍ୟୁଜିଲାଣ୍ଡ- ଆର୍ଜେଣ୍ଟନା ମଧ୍ୟରେ ମୁକାବିଲା ହେବ

Odisha Sports Bureau

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଓଡିଶାର ୨ ହକି ଖେଳାଳିଙ୍କୁ ୧୦ ଲକ୍ଷ ଟଙ୍କା ପୁରସ୍କାର

Odisha Sports Bureau

ଭାରତୀୟ ମହିଳା ହକି ଟିମ୍ ଘୋଷଣା, ରାନୀ ରାମ୍ପାଲ୍ ଟିମ୍ ର ନେତୃତ୍ୱ ନେବେ

Odisha Sports Bureau