Uncategorized

ପ୍ୟାରିସ ଅଲିମ୍ପିକ୍ସ ପୁରୁଷ ହକିରେ ଭାରତର ଦମଦାର ବିଜୟ

ପ୍ୟାରିସ ଅଲିମ୍ପିକ୍ସ ପୁରୁଷ ହକିରେ ଭାରତର ଦମଦାର ବିଜୟ ।ଅଷ୍ଟ୍ରେଲିଆକୁ ୩-୨ ଗୋଲରେ ହରାଇ ଦେଇଛି ଭାରତ। ଏଥିସହ ଦୀର୍ଘ ୫୨ ବର୍ଷ ପରେ ଅଲିମ୍ପିକ୍ସରେ ଭାରତୀୟ ହକି ଟିମ ଅଷ୍ଟ୍ରେଲିଆକୁ ହରାଇବାର ସଫଳତା ପାଇଛି।
ଶେଷ ଥର ପାଇଁ ଭାରତ ୧୯୭୨ ଅଲିମ୍ପିକ୍ସରେ ଅଷ୍ଟ୍ରେଲିଆକୁ ହରାଇଥିଲା। ଏହାପରେ ଭାରତ ଯେତେଥର ବି ଅଷ୍ଟ୍ରେଲିଆକୁ ଭେଟିଥିଲା ସବୁବେଳେ ପରାଜୟର ସ୍ୱାଦ ଚାଖିଥିଲା। କିନ୍ତୁ ଆଜି ହରମନପ୍ରୀତ ସିଂହଙ୍କ ଭାରତୀୟ ହକି ଟିମ ନୂଆ ରେକର୍ଡ କରିଛି। ଭାରତ ପକ୍ଷରୁ ଅଭିଷେକ ପ୍ରଥମ ଗୋଲ ସ୍କୋର କରିଥିବା ବେଳେ ବାକି ଦୁଇଟି ଗୋଲ ହରମନପ୍ରୀତଙ୍କ ଷ୍ଟିକରୁ ଆସିଛି। ଏହି ବିଜୟ ସହ ଭାରତ ଗ୍ରୁପ ବିର ଦ୍ୱିତୀୟ ସ୍ଥାନରେ ରହି କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ପ୍ରଥମ ସ୍ଥାନରେ ଅଲିମ୍ପିକ୍ସ ଚାମ୍ପିୟନ ବେଲଜିୟମ ରହିଛି।

Related posts

ଫ୍ରାନ୍ସ ରାଜଧାନୀ ପ୍ୟାରିସ୍ରେ ଅଲିମ୍ପିକ୍ସ ଉଦ୍ଘାଟନୀ ଉତ୍ସବ

ରାଜନୀତିରେ କମାଲ କଲେ କ୍ରିଡାବିତ

Odisha Sports Bureau

ମାଞ୍ଚେଷ୍ଟର ଟେଷ୍ଟରେ ୧୯ବର୍ଷର ଇତିହାସ ରଚିପାରନ୍ତି ଗିଲ୍