Cricket

ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର୍ ୨୦ ଓଭରରେ ୬ ଓ୍ବିକେଟ ହରାଇ ୧୭୪ ରନ କରିଛି

ବେଙ୍ଗାଲୁରୁ: ଆଇପିଏଲ ୨୦୨୩ର ୨୦ତମ ମ୍ୟାଚ ବେଙ୍ଗାଲୁରୁର ଏମ.ଚିନ୍ନାସ୍ବାମୀ ଷ୍ଟାଡିୟମଠାରେ ଖେଳାଯାଉଥିବା ବେଳେ ମୁହାଁ ମୁହିଁ ହେଉଛନ୍ତି ଦିଲ୍ଲୀ କ୍ୟାପିଟାଲ୍ସ କୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର୍ । ଏହି ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇ ଥିଲା । ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର୍ ପ୍ରଥମେ ବ୍ୟାଟିଙ୍କ କରି ଦିଲ୍ଲୀ କ୍ୟାପିଟାଲ୍ସ ଆଗରେ ୧୭୫ ରନର ଲକ୍ଷ୍ୟ ରଖିଛି । ପ୍ରଥମେ ବ୍ୟାଟିଂ କରି ବାଙ୍ଗାଲୋର ଦଳ ୨୦ ଓଭରରେ ୬ ଓ୍ବିକେଟ ହରାଇ ୧୭୪ ରନ କରିଥିଲା । ଦଳ ପକ୍ଷରୁ ବିରାଟ କୋହଲି ୫୦ ରନ କରିଥିବାବେଳେ ଅନ୍ୟମାନେ ବଡ଼ ସ୍କୋର କରିବାରେ ବିଫଳ ହୋଇଥିଲେ । ମହୀପାଲ ଲୋମରୋର ୨୬ରନ କରିଥିବାବେଳେ ଗ୍ଲେନ ମାକ୍ସଓ୍ବେଲ ୨୪ରନ କରିଥିଲେ ।

Related posts

ଚଳିତ IPL ପରେ ଅନେକ କ୍ରିକେଟର ନେଇପାରନ୍ତି ଅବସର

ଟେଷ୍ଟରେ ୧୦୦୦ ରନ ପୂରଣ କଲେ ଶୁଭମନ ଗିଲ୍

Odisha Sports Bureau

ବିସିସିଆଇ ବାର୍ଷିକ କେନ୍ଦ୍ରୀୟ ଚୁକ୍ତିପ୍ରାପ୍ତ ଖେଳାଳି ତାଲିକାରୁ ବାଦ୍ ପଡ଼ିଲେ ଧୋନୀ

Odisha Sports Bureau