Cricket

ଭାରତ-ଇଂଲଣ୍ଡ ମ୍ୟାଚ୍ ପାଇଁ ଟିକେଟ ବିକ୍ରି  ଆରମ୍ଭ

କଟକ: ବାରବାଟିରେ ଅଫଲାଇନ୍  ଟିକେଟ ବିକ୍ରି ପାଇଁ ଖୋଲିଛି କାଉଣ୍ଟର ।  ଭାରତ-ଇଂଲଣ୍ଡ ମ୍ୟାଚ୍ ପାଇଁ ଆଜିଠାରୁ ବିକ୍ରି ହେଉଛି ଅଫଲାଇନ  ଟିକେଟ। ଏଥିପାଇଁ ରାତିଠୁ ବାରବାଟୀ ଷ୍ଟାଡିୟମ ନିକଟରେ ଲାଗିଛି ଲମ୍ବା ଲାଇନ। କେମିତି ଟିକେଟ ଗୋଟିଏ ମିଳିବ, ସେଇ ଆଶାରେ କ୍ରିକେଟପ୍ରେମୀ। ଅଫଲାଇନ ଟିକେଟ ବିକ୍ରି ହେଉଥିବା ବେଳେ ୧୨ ଘଣ୍ଟା ପୂର୍ବରୁ ଶହ ଶହ ଲୋକ ଲାଇନରେ ଛିଡା ହେଲେଣି। ଅନଲାଇନ ଟିକେଟରୁ ବଞ୍ଚିତ କ୍ରିକେଟପ୍ରେମୀ ଅଫଲାଇନରେ ଟିକେଟ କରିବାକୁ ବିଭିନ୍ନ ସ୍ଥାନରୁ ଧାଇଁ ଆସିଛନ୍ତି। ଓଡ଼ିଶା କ୍ରିକେଟ୍‌ ଆସୋସିଏସ୍‌ ପକ୍ଷରୁ ପୂର୍ବରୁ ଦିଆଯାଇଥିବା ସୂଚନା ଅନୁସାରେ ସାଧାରଣ ଦର୍ଶକମାନଙ୍କ ପାଇଁ କାଉଣ୍ଟରରେ ପ୍ରାୟ ୧୨ ହଜାର ଟିକଟ ବିକ୍ରି ହେବ। ସହଜରେ ଟିକେଟ ବିକ୍ରି ପାଇଁ ଏଥର ୪ଟି ଟିକେଟ୍‌ କାଉଣ୍ଟର କରାଯାଇଛି। ଦର୍ଶକମାନେ କିପରି ସହଜରେ ଟିକେଟ୍‌ କିଣିବେ, ସେଥିପାଇଁ ସ୍ପେସାଲ ଏନ୍‌କ୍ଲୋଜର, ଏସି ଗ୍ୟାଲେରି, ନ୍ୟୁ ପାଭିଲିୟନ ଓ କର୍ପୋରେଟ ବକ୍ସ ପାଇଁ ଘୋଡ଼ା ଗେଟ୍‌ କାଉଣ୍ଟର ଖୋଲିବ।

Related posts

ଏସିଆ କପ ମ୍ୟାଚରେ ଭାରତକୁ ବଡ ଶିକ୍ଷା ଦେଲେ ପାକିସ୍ତାନ, ଶ୍ରୀଲଙ୍କା

Odisha Sports Bureau

ବେଙ୍ଗାଲୁରୁ ଦଳାଚକଟା ଘଟଣା ପାଇଁ ଆରସିବିକୁ ଦାୟୀ କଲେ କର୍ଣ୍ଣାଟକ ସରକାର

ଆସନ୍ତାକାଲିଠାରୁ କାଉଣ୍ଟରରେ ମିଳିବ ଅଫ ଲାଇନ୍ ମ୍ୟାଚ୍ ଟିକେଟ